ଛ’ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, (ୱାଇଏନ୍ଏସ୍) : ଆସନ୍ତା ୨୯ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ | ପାଣିପାଗ ବିଭାଗର ଆକଳନ ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ଝଡବର୍ଷା ସାଙ୍ଗକୁ ବଜ୍ରପାତ ହୋଇପାରେ | ଭାରତୀୟ ପାଣିପାଗ ବିଭାଗ ଏହି ଜିଲ୍ଲାମାନଙ୍କ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବାବେଳେ ସ୍ୱତନ୍ତ୍ର ରିଲିଫ କମିଶନର ଏନେଇ ୬ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି | ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଜଗତସିଂହପୁରରେ ମଧ୍ୟ ବଜ୍ରପାତ ସହ ଝଡବର୍ଷା ହେବାର ଆଶଙ୍କା ରହିଛି |


