ଓଡ଼ିଶାରେ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ
ଭୁବନେଶ୍ୱର (ୱାଇଏନ୍ଏସ୍): ଆଜି ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଉପରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ସେଠାରୁ ଏମ. ଭେଙ୍କେୟା ନାଇଡୁ ସିଧାସଳଖ ରାଜଭବନ ଯାଇଛନ୍ତି। ଅପରାହ୍ଣ ୪ଟା ୪୫ରେ ରାଜଭବନରୁ ବାହାରି ସଡ଼କ ପଥରେ କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନକୁ ଯିବେ। ଅପରାହ୍ଣ ୫ଟା ୩୦ରୁ ୬ଟା ୩୦ଟା ପର୍ଯ୍ୟନ୍ତ କଟକ ସାରଳା ଭବନଠାରେ ଆୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମ ଉତ୍ସବ ତଥା ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହରେ ଉପସ୍ଥିତ ରହିବେ। ସନ୍ଧ୍ୟା ୬ଟା ୩୦ରେ ସାରଳା ଭବନରୁ ବାହାରି ୭ଟା ୫ରେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ।


