ଦେଶରେ କରୋନା ସ୍ଥିତି ଅସ‌ମ୍ଭାଳ : ଆଜି ୮୯ ହଜାର ନୂଆ ଆକ୍ରାନ୍ତ, ୭୧୪ ମୃତ

ନୂଆଦିଲ୍ଲୀ, (‌ୱାଇଏନ୍‌ଏସ୍‌): ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ହଜାର ୧୨୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୭୧୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାଢ଼େ ୬ ମାସ ପରେ ଦେଶରେ ପୁଣି କରୋନା ସଂକ୍ରମଣର ସ୍ଥିତି ସମାନ ହୋଇଛି। ଏହା ପୂର୍ବରୁ ୧୯୫ ଦିନ ତଳେ ସେପ୍ଟେମ୍ବର ୧୯ରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୬୦୫ରେ ପହଞ୍ଚିଥିଲା। ଦେଶରେ ଗତ ୩ ଦିନ ଧରି ଲଗାତାର ମୃତକଙ୍କ ସଂଖ୍ୟା ୪୦୦ରୁ ଅଧିକ ରହିଛି। ଦେଶରେ ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ ଆଦି ରାଜ୍ୟରେ କରୋନା ବେକାବୁ ହେବାରେ ଲାଗିଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୪୭ ହଜାର ୮୨୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୨୦୨ ଜଣଙ୍କର ମୃତ୍ୟୁ କରୋନା ଯୋଗୁ ଘଟିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ