କରୋନା ସଂକ୍ରମଣ : ଆଜିଠୁ ପୋଲିସ ପକ୍ଷରୁ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଅଭିଯାନ (ସ୍ପେଶାଲ ଡ୍ରାଇଭ୍‌)କୁ ଜୋରଦାର କରିବାକୁ ପୋଲିସ୍ ଏସପି ଓ ଡିସିପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ପାଳନ ଉପରେ ଗୁରୁତ୍ୱ ଦେବା ସହ ଆଇନ୍ ଶୃଙ୍ଖଳା ସମ୍ପର୍କରେ ଏଡିଜିଙ୍କୁ ଦୈନିକ ରିପୋର୍ଟ ଦେବାକୁ ପୋଲିସ୍ ଡିଜି ନିର୍ଦ୍ଦେଶ ଦେଇଛନ୍ତି ।
ଉଲ୍ଲେଖ୍ୟଯୋଗ୍ୟ ଯେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କରୋନା ସ୍ଥିତି ସମ୍ପର୍କର୍ରେ ସମୀକ୍ଷା କରିବା ପରେ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଲୋକଙ୍କୁ ସଚେତନ କରିବାକୁ ପୋଲିସ୍ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବୁଧବାର ଠାରୁ ଏହି ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହୋଇ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ