ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଶ୍ରାଦ୍ଧ ବାର୍ଷିକ

ନାଉଗାଁ,(ୱାଇଏନ୍‌ଏସ୍‌): ନାଉଗାଁ ବ୍ଳକ ଅନ୍ତର୍ଗତ କୈଳାସ ତ୍ରିପାଠୀ ଫାଉଣ୍ଡେସନ ପକ୍ଷରୁ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ସ୍ୱର୍ଗତ କୈଳାସ ତ୍ରିପାଠୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ବୁଧବାର ସୂର୍ଯ୍ୟମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରାଧ୍ୟାପକ ଜଟାଧାରୀ ମହାନ୍ତି ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ନିରଂଜନ ବେହେରା, ସମ୍ମାନୀତ ଅତିଥି ଭାବେ ଗୋଠଦା ମଠାଧୀଶ ମହନ୍ତ ଚିନ୍ତାମଣୀ ପର୍ବତ ଗୋସ୍ୱାମୀ, ସୁସାହିତ୍ୟକ ତଥା ଔପନାସିକ ଭାଗୀରଥୀ ଦାସ, ପୂର୍ବତନ ବିଧାୟକ ଜ୍ୟୋତିଷ ଚନ୍ଦ୍ର ଦାସ, ବ୍ରହ୍ମଚାରୀ ବାବା ସତ୍ୟାନନ୍ଦ ଦାସ ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ତ୍ରିପାଠୀଙ୍କର ଛାତ୍ର ବତ୍ସଳତା,ଶିକ୍ଷାର ଶୈଳୀ ଉପରେ ଆଲୋକପାତ କରିଥିଲେ । ଏଥିରେ ନାଉଗାଁହାଟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଂଜନ ମହାନ୍ତିଙ୍କୁ କୈଳାସ ତ୍ରିପାଠୀ ସ୍ମାରକୀ ଶିକ୍ଷା ସମ୍ମାନରେ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମରେ ସମାଜସେବୀ ପ୍ରସନ୍ନଜିତ ସାହୁ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ