ସୁବ୍ରତ ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ଓ କେୟାର ସେଂଟର ପ୍ରତିଷ୍ଠା ପାଇଁ ୩୪୦ ଦେବେ ଏହି ଦମ୍ପତି
ଭୁୁବନେଶ୍ୱର, (ୱାଇଏନ୍ଏସ୍): ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଂଟର ପ୍ରତିଷ୍ଠା ପାଇଁ ୩୪୦ କୋଟି ଟଙ୍କା ନିଜସ୍ୱ ପାଣ୍ଠିରୁ ଦାନ କରିବା ପାଇଁ ଘୋଷଣା କରିଥିବାରୁ ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର ଏହି ସୁନାମ ଧନ୍ୟ ଦମ୍ପତି ଓଡ଼ିଶାର ଅନନ୍ୟ ସେବା ପରମ୍ପରାରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ “ଆଜି ଏକ ଖୁସିର ଦିନ । ଆଦରଣୀୟ ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଦେଲି । ଓଡ଼ିଶାର ଏହି ଦମ୍ପତି ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଂଟର ପ୍ରତିଷ୍ଠା ପାଇଁ ୩୪୦ କୋଟି ଟଙ୍କା ନିଜସ୍ୱ ପାଣ୍ଠିରୁ ଦାନ କରିବା ପାଇଁ ଘୋଷଣା କରିଛନ୍ତି ।ଓଡ଼ିଶାର ଏହି ସୁନାମ ଧନ୍ୟ ଦମ୍ପତି ଓଡ଼ିଶାର ଅନନ୍ୟ ସେବା ପରମ୍ପରାରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି । ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ କଟକର ବାଇମୁଣ୍ଡିଙ୍କ ଉଚ୍ଚ ପରମ୍ପରାକୁ ଆଗେଇ ନେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା ତାଙ୍କ ଜୀବନ କୁସୁମିତ ହେଉ ଏବଂ ଏହି ମହତ କାମ ଓଡ଼ିଶାବାସୀଙ୍କୁ ପ୍ରେରିତ କରିବ” ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।


