ଓଡ଼ିଶାରେ ୨୪ ଘଣ୍ଟାରେ ୨,୨୬୭ କରୋନା ପଜିଟିଭ୍‌

ଭୁବନେଶ୍ୱର, (‌ୱାଇଏନ୍‌ଏସ୍‌): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ପାର୍‌ କରିଛି। ୨୪ ଘଣ୍ଟାରେ ରାଜ୍ୟରେ ୨,୨୬୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୧,୩୧୪ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୯୫୩ ରହିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪୮ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି। ଆକ୍ଟିଭ୍‌ କେସ୍-୧୨,୨୪୪ ଥିବାବେଳେ ୩ ଲକ୍ଷ ୪୧ ହଜାର ୧୨୩ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ