ରାଜ୍ୟରେ ୨୪ ଘଣ୍ଟାରେ ୩୬୬୪ ନୂଆ କରୋନା ପଜିଟିଭ୍, ଗଞ୍ଜାମରୁ ୬୬

ଭୁବନେଶ୍ୱର, (‌ୱାଇଏନ୍‌ଏସ୍‌): ରାଜ୍ୟରେ   ଗତ ୨୪ ଘଣ୍ଟାରେ ୩୬୬୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୨୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୩୭ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ଆକ୍ରାନ୍ତ ହୋଇ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୪ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୪୦, କଳାହାଣ୍ଡିରୁ ୩୨୪, ନୂଆପଡ଼ାରୁ ୨୨୧, ବରଗଡ଼ରୁ ୨୧୦, ସମ୍ବଲପୁରରୁ ୧୯୯, କଟକରୁ ୧୯୮, ଝାରସୁଗୁଡ଼ାରୁ ୧୮୩, ପୁରୀରୁ ୧୪୩ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୧୯ ଜଣ ଚିହ୍ନଟ ହୋଇଛନ୍ତି।ଅନୁଗୋଳ ଜିଲ୍ଲାରୁ ୫୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯, ଭଦ୍ରକରୁ ୨୭, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୬, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୭, ଗଜପତି ୬୩, ଗଞ୍ଜାମରୁ ୬୬, ଜଗତସିଂହପୁରରୁ ୬୮, ଯାଜପୁରରୁ ୫୮, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୫୬, କୋରାପୁଟରୁ ୩୯, ମାଲକାନଗିରିରୁ ୪, ନବରଙ୍ଗପୁରରୁ ୮୧, ନୟାଗଡ଼ରୁ ୨୮, ରାୟଗଡ଼ାରୁ ୫୭ ଓ ସୋନପୁରରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୫୫ ଜଣ ଚିହ୍ନଟ ହୋଇଛନ୍ତି।୩୬୬୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୮,୨୫୮ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୪୪,୮୨୫ ଜଣ ସୁସ୍ଥ ହୋଇସାରିଛନ୍ତି। ୨୧,୪୩୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୪ରେ ପହଞ୍ଚିଯାଇଛି। ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ବରଗଡ଼ର ଓ ଅନ୍ୟ ଜଣେ ସୁନ୍ଦରଗଡ଼ର ଜିଲ୍ଲାର। ଏହା ସହିତ ବରଗଡ଼ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ଏହି ସଂଖ୍ୟା ୧୭୫ ହୋଇଛି। ଗତକାଲି ଆସିଥିବା ରିପୋର୍ଟରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ଦର୍ଶାଯାଇଥିବା ବେଳେ ସେମାନେ ସମସ୍ତେ ପଶ୍ଚିମ ଓଡ଼ିଶାର ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ