ଦେଶରେ ଦିନକରେ ଅଢ଼େଇ ଲକ୍ଷ ଟପିଲା ସଂକ୍ରମଣ, ୧୫ ଶହ ମୃତ

ନୂଆଦିଲ୍ଲୀ, (‌ୱାଇଏନ୍‌ଏସ୍‌): ଦେଶରେ ସାଂଘାତିକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ସଂକ୍ରମଣ ସହ ହୁ ହୁ ହୋଇ ବଢୁଛି ମୃତ୍ୟୁସଂଖ୍ୟା । ଦୈନିକ ଡେଥ୍ କେସ୍ ଏବେ ମୁଣ୍ଡବିନ୍ଧାର କାରଣ ହୋଇଛି । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶରୁ ୧୫ଶହ ୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅର୍ଥାତ ଦିନକରେ ଡେଥ୍ କେସ୍ ବଢିଛି ୧୧ ପ୍ରତିଶତ । ଗତକାଲି ଦେଶରେ କରୋନାରେ ଆଖି ବୁଜିଥିଲେ ୧୩ଶହ ୪୧ ସଂକ୍ରମିତ । ବର୍ତ୍ତମାନ ସୁଦ୍ଧା ଦେଶରେ ମହାମାରୀ ନେଲାଣି ୧ଲକ୍ଷ ୭୭ହଜାର ୧୫୦ ଜୀବନ ।ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ରେକର୍ଡ ୨ଲକ୍ଷ ୬୧ହଜାର ୫୦୦ ନୂଆ ଆକ୍ରାନ୍ତ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଗତକାଲି ଏହି ସଂଖ୍ୟା ଥିଲା ୨ଲକ୍ଷ ୩୪ହଜାର ୬୯୨ । ଦେଶରେ କରୋନା ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ୧କୋଟି ୪୭ଲକ୍ଷ ୮୮ହଜାର ୧୦୯କୁ ବୃଦ୍ଧି ପାଇଛି । ୧୦ଟି ରାଜ୍ୟ ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ତାମିଲନାଡୁ, କେରଳ, କର୍ଣ୍ଣାଟକ, ଗୁଜରାଟ, ରାଜସ୍ଥାନରୁ ଦୈନିକ ସର୍ବାଧିକ ସଂକ୍ରମିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ