ବଜ୍ରପାତ ଆଶଙ୍କା ନେଇ ୧୦ରୁ ଊର୍ଦ୍ଧ୍ୱ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଥିବା ନେଇ ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୟେଲା ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ରହିଛି । ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ବଜ୍ରପାତ ଅଶଙ୍କା ରହିଛି । ଏଥିପାଇଁ ମାଲକାନଗିରି, କାରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖାର୍ଦ୍ଧା, କଟକ, ମୟୁରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ