ବିଏସଏନଏଲ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ

ଭୁବନେଶ୍ୱର : ଭାରତ ସଂଚାର ନିଗମ ଲିମିଟେଡ (ବିଏସଏନଏଲ) ଓଡ଼ିଶା ସର୍କଲ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ସୋମବାର ଦିନ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଏସଏନଏଲ ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ମହାପ୍ରବନ୍ଧକ ଡ. ଉଦୟ ଶଙ୍କର ପଣ୍ଡା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମ ଓଡ଼ିଶା ସର୍କଲର ଦୁର୍ନୀତି ନିବାରଣ ଅଧିକାରୀ ଭରତ ଚନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ