ଓଡ଼ିଶାରୁ ଆଜି କରୋନାରେ ୬୬ ମୃତ

ଭୁବନେଶ୍ୱର (ୱାଇଏନ୍‌ଏସ୍‌): ରାଜ୍ୟରେ ଆଉ ୬୬ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ପ୍ରାଣ ହରାଇଛନ୍ତି ।ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୧୦ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବାଲେଶ୍ୱର ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସମ୍ୱଲପୁର ଜିଲ୍ଲାରେ ଆଉ ୭ ଜଣ ପ୍ରାଣ ହରାଇଛନ୍ତି ।ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ଦୁଇ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗିର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଆଉ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୮୬୧କୁ ବୃଦ୍ଧି ପାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ