ଦେଶରେ କରୋନା ଦୈନିକ ସଂକ୍ରମଣ ୪୦ ହଜାର ଟପିଲା

ନୂଆଦିଲ୍ଲୀ (ୱାଇଏନ୍‌ଏସ୍‌): ଦେଶରେ କରୋନା ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଦିନେ ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୮୦୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୫୮୧ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୧୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୨୮ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୩୨ ହଜାର ୪୧ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧୧ ହଜାର ୯୮୯ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୯ କୋଟି ୧୩ ଲକ୍ଷ ୪୦ ହଜାର ୪୯୧ ଜଣ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୩ କୋଟି ୮୦ ଲକ୍ଷ ୧୧ ହଜାର ୯୫୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧ ଲକ୍ଷ ୪୩ ହଜାର ୮୫୦ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ