ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ପ୍ରତିନିଧି
ବନ୍ତ,(ଚାନ୍ଦିନୀ ମହାନ୍ତି) : ଭଣ୍ଡାରିପୋଖରୀ ବିଧାୟକ ପ୍ରତିନିଧି ଇଂ.ପ୍ରୟାସକାନ୍ତି ସାମଲ ଆଜି ବନ୍ତ ବ୍ଲକ ଗ୍ରସ୍ତରେ ଆସି ବିଭିନ୍ନ ସରକାରୀ ଯୋଜନାର ସଫଳ କାର୍ଯ୍ୟକାରିତା ନେଇ କନିଷ୍ଠ ଯନ୍ତ୍ରୀ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଥିଲେ । ଏଥିରେ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର ଜେନା, ବିଡିଓ ରେବେକା ବିଲୁଙ୍ଗ, ସହକାରୀ ଯନ୍ତ୍ରୀ ଜୟଦେବ ପାତ୍ର, ବ୍ଲକ ଯୁବ ବିଜେଡି ସଭାପତି ସତ୍ୟ ସାଧନ ବେଜ ଉପସ୍ଥିତ ଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସଫଳ କାର୍ଯ୍ୟକାରିତା ନିମନ୍ତେ କୌଣସି ଜଣେ ବି ପ୍ରକୃତ ହିତାଧିକାରୀଙ୍କୁ ବାଦ ନଦେବା, ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ପ୍ରକୃତ ହିତାଧିକାରୀ ଚୟନ କରିବାକୁ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ୨୫ ପଞ୍ଚାୟତରେ ଚାଲୁଥିବା ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟକୁ ସଠିକ୍ ମାର୍ଗରେ ଓ ସରକାରୀ ନୀତିନିୟମ ଭିତରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ସମସ୍ତ ପିଇଓ ଓ ଜେଇ ମାନେ ଯୋଗ ଦେଇଥିଲେ ।

 
            
