୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସେହିପରି ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହିତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ସେହିପରି ଅଗଷ୍ଟ ୬ରୁ ୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ