ଅଗଷ୍ଟକ୍ରାନ୍ତୀ ଦିବସରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେବାକୁ ଭୁଲିଗଲା ପ୍ରଶାସନ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): ଅଗଷ୍ଟକ୍ରାନ୍ତୀ ଦିବସ ଅବସରରେ ପୁରୁଣା ବସଷ୍ଟାଣ୍ଡସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଫୁଲହାର ଟିଏ ପକାଇବାକୁ ଭୁଲି ଯାଇଛି କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ । ଏଭଳି ଘଟଣାକୁ ଦେଖି ଜନଶକ୍ତି ପାର୍ଟିର ରାଜ୍ୟ ସଭାପତି ପ୍ରଦୀପ କୁମାର ଦାଶ ଏବଂ ମହାକାଳପଡା ବିକାଶ ମଞ୍ଚର ସଭାପତି ପରିବେଶବିତ କାଶିନାଥ ରାଉତରାୟ ତୁରନ୍ତ ପୁରୁଣା ବସଷ୍ଟାଣ୍ଡରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହ ସେଠାରେ ଥିବା ଅନ୍ୟ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଜିଲ୍ଲା ପ୍ରଶାସନର ଏଭଳି କାର୍ଯ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଶରତ ସାହୁ, ସେକ ଆସିକୁଦ୍ଦିନ,ବିବେକ ନାୟକ, ଟିସୁ ଜେନା ପ୍ରମୁଖ ଉପସ୍ଥିତ ରହି ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଜଣାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ