ଦେଶର ୯.୭୫ କୋଟି କୃଷି ପରିବାରଙ୍କ ବ୍ୟାଙ୍କ ଖାତାକୁ ଗଲା ୧୯, ୫୦୯ କୋଟିଟଙ୍କା : ପିଏମ୍‌-କିଷାନ ସମ୍ମାନ ଯୋଜନା

ନୂଆଦିଲ୍ଲୀ, (ୱାଇଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଅଧିନରେ ଆର୍ଥକ ସୁବିଧାର ପରବର୍ତୀ କିସ୍ତି ଟ୍ରାନସଫର କରିଛନ୍ତି । ୯,୭୫ .୭୫ କୋଟି କୃଷି ପରିବାରର ହିତାଧିକାରୀଙ୍କୁ ଏହା ଜରିଆରେ ୧୯, ୫୦୯ କୋଟିରୁ ଅଧିକ ଅର୍ଥ ସେ ଟ୍ରାନ୍ସଫର କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ।
ଉଲ୍ଲେଖ୍ୟଯୋଗ୍ୟ ପିଏମ୍‌-କିଷାନ ଯୋଜନା ଅଧିନରେ କୃଷକ ପରିବାରର ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା କରି ପ୍ରଦାନ କରାଯାଇଥାଏ । ପ୍ରତ୍ୟେକ ସମାନ ୪ମାସିଆ ତିନିଟି କିସ୍ତିରେ ୨୦୦୦ ଟଙ୍କା କରି ଦିଆଯାଏ । ଏହି ଅର୍ଥ ସିଧାସଳଖ ହିତାଧିକାରୀମାନଙ୍କ ବ୍ୟାଙ୍କ୍ ଆକାଉଂଟକୁ ପଠାଯାଇଥାଏ । ଏହି ଯୋଜନାରେ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ସମ୍ମାନ ରାଶି କୃଷକ ପରିବାରଗୁଡିକୁ ପଠାଯାଇଛି । ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମର ମଧ୍ୟ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ