ବଳଦେବଜୀଉ ଟ୍ରକମାଲିକ ସଙ୍ଘ ସଭାପତିଙ୍କ ପିତୃ ବିୟୋଗ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):ବଳଦେବଜୀଉ ଟ୍ରକମାଲିକ ସଙ୍ଘର ସଭାପତି ପ୍ରମୋଦ ନାୟକଙ୍କ ପିତା ଜଗବନ୍ଧୁ ନାୟକଙ୍କ ୮୪ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ପରୋପକାରୀ, ବନ୍ଧୁବତ୍ସଳ ଓ ସମାଜସେବୀ ବ୍ୟକ୍ତି ଭାବରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ନାୟକଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ