ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ
ବାଲେଶ୍ୱର, କ୍ରୁଜ୍ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ଭୟ କ୍ଷେପଣାସ୍ତ୍ରକୁ ଆଜି ସକାଳ ୯ଟା ୫୩ ମିନିଟ୍ରେ ଉତ୍କ୍ଷେପଣ କରାଯାଇଛି । ପରୀକ୍ଷା ସମୟରେ ସ୍ବତନ୍ତ୍ର ଭାବେ ଲଗାଯାଇଥିବା ରାଡ଼ାର ମାଧ୍ୟମରେ ସଂଗୃହିତ ତଥ୍ୟକୁ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି । ପୂର୍ବରୁ ନିର୍ଭୟ ମିସାଇଲରେ ଟର୍ବୋଫ୍ୟାନ୍ ଇଞ୍ଜିନ୍ ବ୍ୟବହାର କରାଯାଉଥିବାବେଳେ, ଚଳିତ ପରୀକ୍ଷାରେ ଏହି କ୍ଷେପଣାସ୍ତ୍ରରେ ‘ମାଣିକ୍ ଟର୍ବୋଫ୍ୟାନ୍’ ଇଞ୍ଜିନ୍ ବ୍ୟବହାର କରାଯାଇ ପରୀକ୍ଷା କରାଯାଇଛି । ଏହି କ୍ଷେପଣାସ୍ତ୍ରରେ ୨ଶହରୁ ୩ଶହ କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ । ୧୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରୁଥିବା ନିର୍ଭୟ ମିସାଇଲର ବେଗ ଶବ୍ଦର ବେଗ ଠାରୁ ୭ରୁ ୯ ଗୁଣ ଅଧିକ ।


