୩ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର, (ୱାଇଏନ୍ଏସ୍): ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ତିନିଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର ଓ ଅନୁଗୁଳ । ଏହି ୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


