ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬୦

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ବାକି ୪୯୮ଟି ଲୋକାଲ୍ କେସ୍‌। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୪୨୫ ଜଣ ଅଛନ୍ତି। ସେହିପରି କଟକ ଜିଲ୍ଲାରୁ ୧୬୧ ଜଣ ଥିବା ବେଳେ ଅନୁଗୋଳରୁ ୪୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୧୦, ଭଦ୍ରକରୁ ୧୫, ବଲାଙ୍ଗିରରୁ ୯, ବୌଦ୍ଧରୁ ୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୧, ଗଜପତିରୁ ୨, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୫୬, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୧୦, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୨୦, କୋରାପୁଟରୁ ୪, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୦ ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ ଓ ବଲାଙ୍ଗୀର ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷରେ ଅନୁଗୁଳ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, ଦେବଗଡ଼ ଜିଲ୍ଲାରୁ ୪ଜଣ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତକ ଥିବା ଜଣାଯାଇଛି। ଏଣେ ଝାରସୁଗୁଡ଼ା ଏବଂ ବାଲେଶ୍ବର ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି। ତେବେ ଭଦ୍ରକ ଜିଲ୍ଲାରୁ ଜଣେ ମାତ୍ର କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ