କଂସାର ପଞ୍ଚାୟତରେ ସ୍ୱାଧୀନତା ଦିବସରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମହାତ୍ମାଗାନ୍ଧୀଙ୍କ ଏକ ଆବକ୍ଷ ପ୍ରତିମୂର୍ତ୍ତିକୁ କେନ୍ଦ୍ରାପଡା ବିଡିଓ ଅଶ୍ୱିନୀ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉନ୍ମୋଚନ କରିଥିଲେ । ଏହି ଉତ୍ସବରେ ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ଜେନା, ସହକାରୀ ବିଡିଓ ଅନିରୁଦ୍ଧ ବେହେରା,ସହକାରୀ ଯନ୍ତ୍ରୀ ଆକୁଳି ଚରଣ ସାହୁ, କନିଷ୍ଠ ଯନ୍ତ୍ରୀ ବିନୟ ମିଶ୍ର ଓ ପିଇଓ ପ୍ରସନ୍ନଜୀତ ନାୟକ, ଜିଆରଏସ ଧେମୁ ସୋରେନଙ୍କ ସମେତ ପଞ୍ଚାୟତର ସମସ୍ତ ୱାର୍ଡସଭ୍ୟା,ସଭ୍ୟା ବରିଷ୍ଠ ନାଗରିକମାନେ ଉପସ୍ଥିତ ଥିଲେ ।


