ସାତ ହଜାର ଟପିଲା କରୋନା ମୃତ୍ୟୁ, ଆଜି ପୁଣି ୬୮ ମୃତ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୯ ଜଣ ଥିବା ବେଳେ କଟକରୁ ୯୧, ଅନୁଗୋଳରୁ ୧୫, ବାଲେଶ୍ୱରରୁ ୧୯, ବରଗଡ଼ରୁ ୨, ଭଦ୍ରକରୁ ୨୨, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧, କୋରାପୁଟରୁ ୩, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୧୬, ରାୟଗଡ଼ାରୁ ୮, ସମ୍ବଲପୁରରୁ ୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟ୍ ପୁଲ୍‌ରୁ ୬୦ ଜଣ ଅଛନ୍ତି। ତେବେ ଗଜପତିରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି।ଏହି ୬୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୪ ଜଣ ଥିବା ବେଳେ ଅନୁଗୋଳ ଓ ଜଗତସିଂହପୁରରୁ ୮ ଜଣ ଲେଖାଏଁ, ଯାଜପୁରରୁ ୭, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏଁ, ଢେଙ୍କାନାଳ ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ