ଓଡିଶା ଛୁଇଁଲା ଲଘୁଚାପ , ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଓଡ଼ିଶା ଉପକୂଳ ସ୍ପର୍ଶ କରିଛି । ଏହାର ପ୍ରଭାବରେ ଗତ କାଲି ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି ।
ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, କନ୍ଧମାଳ, ମାଲକାନଗିରି, କୋରାପୁଟ, ଜଗତସିଂହପୁର,ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟିସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାରହିଛି । ଏହି ସମୟ ମଧ୍ୟରେ ପୁରୀ, ବୌଦ୍ଧ, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ରାୟଗଡ଼ା, ଗଜପତି, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁବର୍ଣ୍ଣପୁର, ଅନୁଗୁଳ, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ