ଆଜି ମାଲକାନଗିରିରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ
ଭୁବନେଶ୍ୱର, (ୱାଇଏନ୍ଏସ୍): ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନ । ମାଲକାନଗିରି ଜିଲ୍ଲାରୁ ଏହି ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆସନ୍ତାକାଲି ମାଲକାନଗିରି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ପାଇଁ ବିଜୁ ଜନତା ଦଳର କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି । ରାଜ୍ୟର ବରିଷ୍ଠ ମନ୍ତ୍ରୀମାନେ ମାଲକାନଗିରିରେ ପହଂଚି ସ୍ଥିତି ଅନୁଧ୍ୟାନ କରିବା ସହ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମ ସମେତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳ କରିବାକୁ ପ୍ରସ୍ତୁତି ଜାରି ରଖିଛନ୍ତି ।ଏଥିପଇଁ ୩୮୧ଟି ସ୍ୱାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରର ବ୍ୟବସ୍ଥା ହୋଇଛି । ଆସନ୍ତା ୨୧ରୁ ୨୫ ତାରିଖ ମଧ୍ୟରେ ସମସ୍ତ କାର୍ଡ ବଂଟନ ପାଇଁ ଲକ୍ଷ୍ୟ ରଖାଯାଇଛି ।ସୂଚନାଯୋଗ୍ୟ ଯେ ସ୍ୱାଧିନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ । ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲଥ୍ କାର୍ଡ ସୁବିଧା ଲୋକ ପାଇପାରିବେ । ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ । ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ ।


