ଓଡିଶାରେ ଆଜି ୯୮୬ ପଜିଟିଭ୍ ଚିହ୍ନଟ, ୬୯ ମୃତ
ଭୁବନେଶ୍ୱର, (ୱାଇଏନ୍ଏସ୍): ରାଜ୍ୟରେ ଆଜି ପୁଣି ୯୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୪୧୨ ଜଣ ଚିହ୍ନଟ ହେବା ସହ ୧୨୮ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୨ ହଜାର ୩୧୯ ରହିଥିବା ବେଳେ ୯ ହଜାର ୫୭୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ କରୋନ ସଂକ୍ରମଣ ସାମାନ୍ୟ ଉପରମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୯ ହଜାର ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୫୭୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୮୨ ହଜାର ୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୩୪୪୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି।


