ପିଲାଙ୍କ ସଫଳତା ହେବ ଆମ ଉଦ୍ୟମ ର ସବୁଠାରୁ ବଡ ପୁରସ୍କାର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ ୫ ଟି କାର୍ଯ୍ୟକ୍ରମ ରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଲା – ପଂଚାୟତ ହାଇସ୍କୁଲ, ଦୁରବନ୍ଧ ପଂଚାୟତ;ସରକାରୀ ହାଇସ୍କୁଲ, ସେରଗଡ ପଂଚାୟତ ; ବୃନ୍ଦାବନ ସରକାରୀ ହାଇସ୍କୁଲ, ହିଞ୍ଜିଳିକାଟୁ ମ୍ୟୁନିସ୍‌ପାଲଟି ; ରାମଚନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଂଚାୟତ; ୟୁ.ଏନ୍‌. ହାଇସ୍କୁଲ, ସିକ୍ରୀ ପଂଚାୟତ ; ବି. ବ୍ରହ୍ମପୁର ହାଇସ୍କୁଲ, କୃଷ୍ଣଛାଇ ପଂଚାୟତ ; ସରକାରୀ ୟୁ.ଜି. ହାଇସ୍କୁଲ, ବିକେପୁର, ପୁଟିଆପଦର ପଂଚ।।ୟତ ; ନରେନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଂଚାୟତ ; ସରକାରୀ ୟୁ.ଜି. ହାଇସ୍କୁଲ, ନନ୍ଦିକା ପଂଚା ୟତ ଏବଂ ପିତଳ ବାଳକ ହାଇସ୍କୁଲ, ପିତଳ ପଂଚାୟତ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ । ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତମାନ ଯୁଗ ପ୍ରତିଯୋଗିତାର ଯୁଗ ।ଞାନର ଯୁଗ ।ବର୍ତମାନ ଯୁଗର ଆବଶ୍ୟକତା କୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତନ, ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢିତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଥିଲେ ।ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ । ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ । ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ । ପିଲା ମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର । ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ । ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀ ଜଗନ୍ନାଥ ସାରକା ,ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ । ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ଯୋଗ ଦେଇଥିବା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମନ୍ତ୍ରୀ ,ଜଗନ୍ନାଥ ସାରକା ବିଧାୟକଗଣ, ସେମାନଙ୍କ ଭାଷଣରେ କ୍ୱେଳ ହିଞ୍ଜିଳିର ସ୍କୁଲ ନୁହେଁ ସମଗ୍ର ନିର୍ବାଚନ ମଣ୍ଡଳୀ ବିକାଶ ର ଅନନ୍ୟ ମଡେଲ ବୋଲି ମତ ଦେଇଥିଲେ । ।ଆଗାମୀ ନଭେମ୍ବର ୧୪ ଶିଶୁ ଦିବସରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ରୂପାନ୍ତରିତ ହୋଇ ଥିବା ୧୦୭୦ ଲୋକାର୍ପିତ ହେବ ବୋଲି ୫ଟି ସଚିବ ଭି କେ ପାଣ୍ଡିଆନ୍ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ । ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି ।
ମୁଖ୍ୟମନ୍ତ୍ରୀ ଙ୍କ ସହିତ ଆଲୋଚନା ସମୟରେ ସ୍ମୃତି ,ଅଙ୍କିତା , ପୂଜା ରାଣୀ ,ପ୍ରଞାଶ୍ରୀ ଅମ୍ବିକା ଆଶା ,ଦୁର୍ଗା ମାଧବ ଆଦି ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ସେମାନେ ଆଗକୁ ବଢି ମୁଖ୍ୟମନ୍ତ୍ରୀ ଙ୍କ ସ୍ୱପ୍ନ ସାକାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରତିଶ୍ରୁତି ଦେଇଥିଲେ ।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ