ରାଜ୍ୟରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ୬୯ ମୃତ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ରାଜ୍ୟରେ ଗତ କିଛି ଦିନ ହେବ ହଜାରେ ତଳେ କରୋନା ଆକ୍ରାନ୍ତ ରହୁଥିବା ବେବେଳ ଶିଶୁଙ୍କ କରୋନା ସଂକ୍ରମଣ ଚିନ୍ତା ବଢ଼ାଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧୯ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ।ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୫୮ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧, ବରଗଡ଼ରୁ ୩, ଭଦ୍ରକରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫, କଟକରୁ ୯୮, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୨୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୧, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୧୬, କୋରାପୁଟରୁ ୪, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୨, ପୁରୀରୁ ୨୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୫, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ୍ ପୁଲ୍‌ରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି।୮୪୯ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୦ ହଜାର ୭୯୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୮୨୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭୭୬୫ କରୋନା ଆକ୍ରାନ୍ତ ପ୍ରାଣ ହରାଇ ସାରିଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୬୯ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଥିବା ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ୮୩୪କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକରୁ ୧୯, ଅନୁଗୁଳରୁ ୧୦, ଜଗତସିଂହପୁରରୁ ୯, ମୟୁରଭଞ୍ଜ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ ଅଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ