୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ପଶ୍ଚିମକେନ୍ଦ୍ର ବଙ୍ଗୋପସାଗର ନିକଟ ଉତରପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ବର୍ଷା ସମ୍ଭାବନା ନେଇ ସବୁ ଜିଲ୍ଲାପାଳ ଓ ସବୁ ବିଭାଗକୁ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ଚିଠି ଲେଖିଛନ୍ତି । ସଚେତନତା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ୟପକ୍ଷରେ ଲଘୁଚାପ ହେତୁ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ହୋଇପାରେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ