୨୪ ଘଣ୍ଟାରେ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୬୩୮ ଜଣ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୬୩୮ ଜଣଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୭୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି।ଅନୁଗୋଳ ଜିଲ୍ଲାରୁ ୧୬ ଜଣ ଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୬, ଭଦ୍ରକରୁ ୧୨, ବୌଦ୍ଧରୁ ୧୨, କଟକରୁ ୫୭, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୧୦, ଗଜପତିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୪ କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୨, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୭, ନୂଆପଡ଼ାରୁ ୨, ପୁରୀରୁ ୨୧, ରାୟଗଡ଼ାରୁ ୭, ସମ୍ବଲପୁରରୁ ୭, ସୁନ୍ଦରଗଡ଼ରୁ ୧୯ ଓ ଷ୍ଟେଟ୍ ପୁଲ୍‌ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୯୬୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୨, ଅନୁଗୁଳରୁ ୧୧, ଜଗତସିଂହପୁରରୁ ୮, କେନ୍ଦ୍ରାପଡା ୬, ବାଲେଶ୍ୱର ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଲେଖାଏଁ, ଯାଜପୁର,ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ