+୨ ଅଫଲାଇନ୍‌ ପରୀକ୍ଷା ପାଇଁ କାଲିଠୁ ପଞ୍ଜିକରଣ

ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷା ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଅଫଲାଇନ୍ ପରୀକ୍ଷା ପାଇଁ ଆସନ୍ତାକାଲିଠୁ ଆରମ୍ଭ ହେବ ପଞ୍ଜିକରଣ । ଅଫଲାଇନ୍ ପରୀକ୍ଷା ପାଇଁ ଇଚ୍ଛୁକ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏଥିପାଇଁ କଲେଜଗୁଡ଼ିକୁ ଏକ ଲିଙ୍କ୍‌ ପ୍ରଦାନ କରାଯିବ । ଯାହା ମାଧ୍ୟମରେ ଛାତ୍ରଛାତ୍ରୀ ପଞ୍ଜୀକରଣ କରିପା‌ରିବେ । ଯେତେ ପିଲା ଆବେଦନ କରିବେ, ସେହି ଅନୁସାରେ ପରୀକ୍ଷା ସୂଚୀ ଓ ପରୀକ୍ଷା କେନ୍ଦ୍ର ନିର୍ଦ୍ଧାରଣ କରାଯିବ । ଅଫଲାଇନ୍ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ଫି ଦେବାକୁ ପଡ଼ିବ ନାହିଁ । ୭ ତାରିଖ ହେଉଛି ଆବେଦନର ଶେଷ ଦିନ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ