ମହିଳା ମୋର୍ଚ୍ଚା ଜିଲ୍ଲା ସଭାପତି ,ପ୍ରଭାରୀ ବୈଠକ
ଭୁବନେଶ୍ୱର, ମୋଦି ସରକାରଙ୍କ ପ୍ରତ୍ୟେକ ଯୋଜନାକୁ କପି-ପେଷ୍ଟ କରି ରାଜ୍ୟରେ ଶାସକ ବିଜେଡି ରାଜ୍ୟବାସିଙ୍କୁ ଭ୍ରମିତ କରିବାର ପ୍ରଚେଷ୍ଟା ଜାରୀ ରଖିଛନ୍ତି । ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟରେ କାର୍ଯ୍ୟକାରୀ ନକରି ଓଡିଶାବାସୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା କ୍ଷେତ୍ରରେ ଶାସକ ବିଜେଡି ପ୍ରତାରଣ କରୁଛି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଜନବିରୋଧୀ ବୋଲି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ମୃତି ପଟ୍ଟନାୟକ କ୍ଷୋଭ ପ୍ରକାଶ କରି କହିଛନ୍ତି । କେନ୍ଦ୍ର ସରକାରଙ୍କ ସମସ୍ତ ଜନକଲ୍ୟାଣ ଯୋଜନା ଏବଂ ରାଜ୍ୟ ସରକାରଙ୍କ ଅପାରଗତାକୁ ନେଇ ମହିଳା ମୋର୍ଚ୍ଚା କାର୍ଯ୍ୟକର୍ତାମାନେ ଆଗାମୀ ଦିନରେ ଘର ଘର ବୁଲି ରାଜ୍ୟବାସୀଙ୍କୁ ଅବଗତ କରାଇବା ସହ ସଚେତନ କରାଇବେ ବୋଲି ଶ୍ରୀମତୀ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି ।
ଗୁରୁବାର ରାଜ୍ୟ କାର୍ଯ୍ୟାଳୟଠାରେ ଜିଲ୍ଲା ସଭାପତି ଏବଂ ଜିଲ୍ଲା ପ୍ରଭାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ମହିଳା ମୋର୍ଚ୍ଚାର ସଂଗଠନକୁ ଆହୁରୀ ଅଧିକ ସୁଦୃଢ କରିବା ପାଇଁ ବୈଠକରେ ଯୋଗ ଦେବା ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି । ଏହି ବୈଠକରେ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା ଓ ଅନୀତା ଶୁଭଦର୍ଶିନୀ, ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର, ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦଶମତୀ ଛତରଙ୍କ ସମେତ ମହିଳା ମୋର୍ଚ୍ଚାର ସମସ୍ତ ରାଜ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।


