ରକ୍ତଦାନ ଶିବିର : ୭୩ ୟୁନିଟ ରକ୍ତ ସଂଗ୍ରହ

ନିମାପଡା (ସନ୍ତୋଷ ଦାଶ ) ପୁରୀ ଜିଲ୍ଲା ନିମାପଡା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା l ସ୍ୱାସ୍ଥ୍ୟକେନ୍ଦ୍ର ର ଚିକିତ୍ସାଧିକାରୀ ଡ଼ଃ. କ୍ଷମାନିଧି ସେଠୀ ଅlନୁଷ୍ଠାନିକ ଭାବେ ଉକ୍ତ ରକ୍ତଦାନ ଶିବିର କୁ ଉଦଘାଟନ କରିଥିବାବେଳେ ଶିବିର ରେ ନିମାପଡା ଏନଏସି ର ପୂର୍ବତନ ନଗରପାଳ ସନାତନ ପ୍ରଧାନ, ଫାର୍ମାସିଷ୍ଟ ଆଇ. ତ୍ରିନାଥ ପାତ୍ର, ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ. ପ୍ରଶାନ୍ତ କୁମାର ସାମନ୍ତରାୟ, ସମାଜସେବୀ ମହେନ୍ଦ୍ର ସିଂ ଭାଟିଆ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l ପୁରୀ ଜିଲ୍ଲା ରକ୍ତ ଭଣ୍ଡାର ର କର୍ମଚାରୀ ମାନେ ରକ୍ତଦାତା ଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ l ଏହି ଶିବିର ରେ ସମୁଦାୟ 73 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ବୋଲି ଡ଼ଃ. ସେଠୀ ସୂଚନା ଦେଇଛନ୍ତି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ