ରାଜ୍ୟରେ ଦିନକରେ ୮୦୫ ପଜିଟିଭ ଚିହ୍ନଟ, ୭ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୧, ୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୬, ୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ରାଜ୍ୟରେ ଦିନକରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହି ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି। ଏହାଛଡ଼ା ଅନୁଗୁଳ ଓ ବାଲେଶ୍ବର ଜିଲ୍ଲାରୁ ଦୁଇ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ