ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ପାରଳା ଶିଶୁ ମନ୍ଦିରରେ ବିଜ୍ଞାନ ପ୍ରଦର୍ଶନୀ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଭୁବନେଶ୍ୱରର ଗଣପତି ସାବତ ଫାଉଣ୍ଡେସନ ଆନୁକୂଲ୍ୟରେ ହାଇସ୍କୁଲ ପିଲାଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ସମସ୍ତ ଅତିଥିଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା । ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ଉଦୟ ନାରାୟଣ ମିଶ୍ର ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଅବସର ପ୍ରାପ୍ତ ଉଦ୍ଭିଦ ବିଜ୍ଞାନର ପ୍ରଫେସର ଡ.ମଳୟ କୁମାର ମିଶ୍ର ଯୋଗ ଦେଇଥିଲେ । ବ୍ରହ୍ମପୁର ନୀଳକଣ୍ଠ ନଗରର ସରସ୍ୱତୀ ଡିଗ୍ରୀ ବିଦ୍ୟା ମନ୍ଦିରର ଅଧ୍ୟକ୍ଷ ଡ. ସୁବ୍ରତ ପାଣିଗ୍ରାହୀ, ଖଣ୍ଡଦେଉଳି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ଶଙ୍କର ନାରାୟଣ ବେଜ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଅତିଥିବାବେ ଗଜପତି ଜିଲ୍ଲାର ବିଜ୍ଞାନ ପର୍ଯ୍ୟବେକ୍ଷ ସାତ୍ମିକ ପଟ୍ଟନାୟକ, ଅବସର ପ୍ରାପ୍ତ ପ୍ରଦାନଶିକ୍ଷକ ବିନୋଦ ଚନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ । ଗଣେଶ ସାବତ ଫାଉଣ୍ଡେସନ ସଭାପତି ବିଜ୍ଞାନ ମେଳାର ଉଦ୍‌ଗାଟନ କରିଥିଲେ । ବିଦ୍ୟାଳୟର ବିଜ୍ଞାନ ଆଚାର୍ଯ୍ୟ ଶ୍ରଦ୍ଧାମୟୀ ପାଢୀଙ୍କ ତତ୍ତ୍ୱାବଧାନରେ ଚଳିତ ବର୍ଷ ୬୬ଟି ପ୍ରକଳ୍ପ ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳ୍ୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା । ତନ୍ମଧ୍ୟରୁ ପାରଳାଖେମୁଣ୍ଡିସ୍ଥ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ଲିପ୍‌ସିତା ଖଡ୍ଗରାୟ ପ୍ରଥମ ସ୍ଥାନ, ଶ୍ରୀଅରବିନ୍ଦ ପୂର୍ଣ୍ଣଙ୍ଗ ଶିକ୍ଷା କେନ୍ଦ୍ରର ତରୁଣ ଦାସ ଦ୍ୱିତୀୟ ସ୍ଥାନ ଅଧିକାରୀ କରିଥିବା ବେଳେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସୁଚିତା ପଟ୍ଟନାୟକ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ବିଦୟାଳୟର ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସହ ପ୍ରଧାନ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ