ଓଡ଼ିଶାରେ ଦିନକରେ ୬୪୯ ଆକ୍ରାନ୍ତ, ୬ ମୃତ
ଭୁବନେଶ୍ୱର, (ୱାଇଏନ୍ଏସ୍): ରାଜ୍ୟରେ ଦିନକରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୬୪୯ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୬୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଂଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡି଼ରୁ ୨, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଂଜରୁ ୩୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ୍ ପୁଲ୍ରୁ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଉ ୬ ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ସଂପର୍କରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାରେ ୮,୦୯୮ ଜଣଙ୍କ ମୃତ୍ୟୁ ଘଟିଛି। ଏହି ୬ କରୋନା ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏଁ ହୋଇଥିବା ବେଳେ କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି।


