ଲଗାଣ ବର୍ଷା ଯୋଗୁଁ ଦୁଇ ଦିନ ସ୍କୁଲ୍ ଛୁଟି
ଭୁବନେଶ୍ୱର (ୱାଇଏନ୍ଏସ୍): ରାଜ୍ୟରେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୧୨ଟି ଜିଲ୍ଲାରେ ଦୁଇ ଦିନ ପାଇଁ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ବରଗଡ଼ ଓ ଜଗତସିଂହପୁରରେ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଏଯାବତ୍ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲି ନଥିବା ବେଳେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ ଖୋଲିଛି । ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଦିନ ତମାମ ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ।