ରୁମାଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ

ପୋଲସରା, (ଅନିଲ ମହାରଣା):ପୋଲସରା ବ୍ଳକ ଅନ୍ତର୍ଗତ ରୁମାଗଡର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଦିନ ପୋଷାକ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଞ୍ଜନ କୁମାର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବଣ୍ଟନ ଉତ୍ସବରେ ରୁମାଗଡ଼ ଗ୍ରାମର ସମାଜସେବୀ ତଥା ଘୁମୁସର ଜିଲ୍ଲା ବିଜେପି ଉପସଭାପତି ପ୍ରଭାକର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ସଦସ୍ୟ ଜଗନ୍ନାଥ ବେହେରା, ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଜନୀ କାନ୍ତ ମହାନ୍ତି ସମ୍ମାନିତ ଅତିଥି ଓ ସିଆରସି ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ବିଦ୍ୟାଳୟର ୩୩୨ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଭଲ ପାଠ ପଢି ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଫୁଲ୍ଲ ଚନ୍ଦ୍ର ଜେନା, ଗୌରହରି ବିଷୋୟି, ପୂର୍ଣ୍ଣ ଚନ୍ଦ୍ର ଖଟୁଆ ଓ ବିଦେଶୀ ସାମଲ ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ