ଗାନ୍ଧୀ ଜୟନ୍ତୀରେ ବିଜେପି ସଦର ଶାଖାର ସେବା ଓ ସମର୍ପଣ କାର୍ଯ୍ୟକ୍ରମ
ବାଲେଶ୍ୱର, (ସରୋଜ ପଣ୍ଡା) : ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ସଦର ବିଜେପି ପକ୍ଷରୁ ସେବା ଓ ସମର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇିଯାଇଛି । ଏହି ପରିପ୍ରେକ୍ଷୀରେ ବିଜେପି କର୍ମୀମାନେ ମଲିକାଶପୁରସ୍ଥିତ କବିତୀର୍ଥ ଶାନ୍ତିକାନନରେ ସଫେଇ କରିଥିଲେ । ବିଜେପି ଯୁବମୋର୍ଚ୍ଚା ରାଜ୍ୟ ଉପ-ସଭାପତି ମାନସ କୁମାର ଦତ୍ତଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଦଳର ବହୁ ନେତା ଓ କର୍ମୀ ସାମିଲ ହୋଇଥିଲେ । ଦେଶରେ ସ୍ୱଚ୍ଛତାକୁ ନେଇ ମହାତ୍ମା ଗାନ୍ଧୀଙ୍କ ସ୍ୱପ୍ନକୁ ସାର୍ଥକ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ସ୍ୱଚ୍ଛ ଭାରତ ଅଭିଯାନକୁ ସବୁ ମହଲରୁ ଆଗେଇ ନେବା ଉଚିତ ବୋଲି ଶ୍ରୀ ଦତ୍ତ କହିଥିଲେ । ଏଥି ସହିତ ଦଳ ପକ୍ଷରୁ ଲାଲ ବାହାଦୂର ଶାସ୍ତ୍ରୀଙ୍କ ସବୁଜ ଭାରତର ସ୍ୱପ୍ନକୁ ସାକାର କରିବା ଉଦ୍ଦେଶ୍ୟରେ ସଦର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ରବିନାରାୟଣ ମହାପାତ୍ର, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପର୍ଶୁରାମ ବେହେରା, ଗୌରାଙ୍ଗ ଦାସ, ଗଙ୍ଗାଧର ରାଉତ, ସୁଜିତ ଦେବ, ଉପେନ୍ଦ୍ର ଶତପଥୀ, ବିଭୁପଦ ଦାସ, ମାଧବାନନ୍ଦ ସାହୁ, ବିଜୟ ପାଣିଗ୍ରାହୀ, ଦୁକୁଲ ଘୋଡେଇ, ଅନନ୍ତ ନାୟକ, ଲୋକନାଥ ଭୂୟାଁଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।


