ଜିଲ୍ଲା ଭାଜପା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) : ଗଜପତି ଜିଲ୍ଲା ଭାଜପା ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକସ୍ଥ ଗୌରହରି ପାଠାଗାର ଠାର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିବା ବେଳେ ଜିଲ୍ଲା ଭାଜପା କାର୍ଯ୍ୟାଳୟ ଠାରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣକରି ସ୍ମୃତିଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଭାଜପା ସଭାପତି ତଥା ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ସିଦ୍ଧେଶ୍ୱର ମିଶ୍ର, ଜଗନ୍ନାଥ ମହାପାତ୍ର, ବାବୁଲା ବେହେରା, ନୃସିଂହଚରଣ ପଟ୍ଟନାୟକ, ଅରୁଣୀମାସାହୁ, ଭି.ବର୍ଦ୍ଦରାଜୁ, ପି.କ୍ରାନ୍ତି, ଇ.ପ୍ରଶାନ୍ତ, ପି.କିରଣ ପ୍ରମୁଖଙ୍କ ସହ ବହୁ ଜିଲ୍ଲାସ୍ତରୀୟ ନେତା ଓ କର୍ମୀ ଯୋଗଦେଇଥିଲେ ।