ଇଂ ପ୍ରହଲ୍ଲାଦ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଇଂ ଅଧିକାରୀ ପ୍ରହଲ୍ଲଦ ଦାସଙ୍କ ଏକାଦଶାହ ଉପଲକ୍ଷେ ଟାଉନବଳରାମପୁରସ୍ଥିତ ଶ୍ରଦ୍ଧାଞ୍ଜଳି ପ୍ୟାଲେସରେ ଏକ ଶ୍ରଦ୍ଧାଞ୍ଜଳି ସଭା ବରିଷ୍ଠ ଆଇନଜୀବୀ ପ୍ରଦିପ କୁମାର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତମାନେ ଯୋଗଦେଇ ସ୍ୱର୍ଗତ ଦାସଙ୍କ ସମାଜସେବା ପ୍ରତି ଥିବା ଉଲ୍ଲେଖନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏଥିରେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି, କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇ, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା,ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ପୂର୍ବତନ ବିଧାୟିକା ଡଃ. ସିପ୍ରା ମଲ୍ଲିକ, ସମାଜସେବୀ ଇଂ ମୂରଲୀଧର ସେଠୀ, ଡିଏସପି କାର୍ତ୍ତିକ ମଲ୍ଲିକ,ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ରାଜେଶ ପଣ୍ଡା, ଜିଲ୍ଲା ଯୁବ ବିଜେଡି ସଭାପତି ରାଜେଶ ଦାସ, ଡେରାବିଶ ବ୍ଲକ ଅଧ୍ୟକ୍ଷ ସରୋଜ ସାହୁ ପ୍ରମୁଖ ଯୋଦେଇ ସ୍ୱର୍ଗତ ଦାସଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ପରିକ୍ଷୀତ ପାତ୍ର, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସରୋଜ ସାହୁ, ନିହାର ମଲ୍ଲିକ, ବ୍ଲକ ଅଧ୍ୟକ୍ଷ ଶିବ ପ୍ରସାଦ ଭଳ, ପୁତ୍ର ପ୍ରତାପ ଚନ୍ଦ୍ର ଦାସ ଆଲୋକ ସାହୁ, ରାକେଶ ମହାପାତ୍ର, ରଞ୍ଜିତ ସାହୁ, ମଙ୍ଗଲବରଣ ସିଂ, ହିରଣ୍ୟ ପଣ୍ଡା, ପ୍ରକୃତିବନ୍ଧୁ ପାର୍ଥସାରଥୀ ବେହେରା, ଶକ୍ତିକାନ୍ତ ପାତ୍ର, ଲେଲିନ ସ୍ୱାଇଁ, ଅମୀୟ ନାୟକ, ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା, ବିଜେପି ନେତା ସୁନାକର ବେହେରା, ଉପିନ ରାଉତ, ଗୋବିନ୍ଦ ଚନ୍ଦ୍ର ମହାରଣା, ସମାଜସେବୀ ସନ୍ତୋଷ କୁମାର ବେହେରା, ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ଦାସଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ସାଇନାଥ ଭଜନ ସନ୍ଧ୍ୟା ପକ୍ଷରୁ ଭଜନ ପରିବେଷଣ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ