ମମିତା ମେହେର ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ହେଉ : ଓନାସ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ମମିତା ମେହେର ହତ୍ୟାକାଣ୍ଡ ଘଟଣାର ନିରପେକ୍ଷ ତଦନ୍ତ କରିବା ପାଇଁ ରାଜ୍ୟ ସରକାରଙ୍କୁ ଓଡ଼ିଶା ନାଗରିକ ସମାଜ ଅନୁରୋଧ କରିଛି । ମମିତା ମେହେରଙ୍କ ଭଳି ଅନେକ ନିରୀହ ଝିଅ ଅତ୍ୟାଚାରୀଙ୍କ ଶିକାର ହୋଇ ଅତୀତରେ ପ୍ରାଣ ହରାଇଛନ୍ତି । ମମିତା ମେହେରଙ୍କୁ ଯେଉଁଭଳି ବର୍ବୋରଚିତ ଭାବେ ହତ୍ୟା କରାଯାଇଛି ଏହା ଆଜିର ସାମାଜିକ ବ୍ୟବସ୍ଥାରେ ସମସ୍ତ ଶ୍ରେଣୀର ଲୋକେ ଘୃଣା କରି, ଏହାର ନିରପେକ୍ଷ ତଦନ୍ତ ଦାବୀ କରିଛନ୍ତି । ନିର୍ଭୟା ଘଟଣା ଠାରୁ ଏହା କୌଣସି ଗୁଣରେ କମ୍ ନୁହେଁ । ଅନ୍ୟ ରାଜ୍ୟ ଲୋକ ହୋଇଥିଲେ ଓଡ଼ିଶା ଜଳୁଥାନ୍ତା । ଏହା ମାନେ ନୁହେଁ ଯେ, ଶାନ୍ତସିଷ୍ଟ ଓଡ଼ିଶାବାସୀଙ୍କୁ ପ୍ରକୃତ ନ୍ୟାୟରୁ ବଞ୍ôଚତ କରାଯିବ । ମମିତା ହତ୍ୟାକାଣ୍ଡ ପଛରେ ଯେଉଁ ରହସ୍ୟ ଲୁଚିରହିଛି ତାହାର ପର୍ଦ୍ଦାଫାସ ହେବା ଦରକାର । ଦୋଷୀମାନଙ୍କୁ ଉପଯୁକ୍ତ ଦଣ୍ଡ ମିଳିବା ଦରକାର । ବିଭିନ୍ନ ମହଲରୁ ଯାହା ଖବର ମିଳୁଛି ମମିତା ମେହେର ଏବଂ ଅନ୍ୟ କେତେକ ଝିଅଙ୍କ ସହିତ ଅବୈଧ ସମ୍ପର୍କ ରଖିବା ସହ ଗୋବିନ୍ଦ ସାହୁ ବିଭିନ୍ନ ମନ୍ତ୍ରୀ, ବିଧାୟକ ଏବଂ ଶାସନ ସଚିବମାଙ୍କୁ ଝିଅ ଯୋଗାଉଥିଲେ । ଏହାଦ୍ୱାରା ଗୋବିନ୍ଦ ବଡ଼ ବଡ଼ କାର୍ଯ୍ୟ ହାସଲ ସହ ପ୍ରଚୁର ଅର୍ଥ ମଧ୍ୟ କମାଉଥିଲେ । ଗୋବିନ୍ଦର ଏସବୁ କାରବାର ଜାଣିବା ପରେ ମମିତା ଏହାର ପ୍ରତିବାଦ କରି ଗୋବିନ୍ଦ କାରବାରର ପର୍ଦ୍ଦାଫାସ କରିବାକୁ ସୂଚନା ମଧ୍ୟ ଦେଇଥିଲେ । ଗୋବିନ୍ଦ ଘଟଣାର ଗୁରୁତ୍ୱ ବୁଝି ମମିତାକୁ ଯୋଜନାବଦ୍ଧ ଭାବେ ହତ୍ୟା କରି ପୋଡ଼ି ପୋତି ଦେଇଥିଲା । ଏହି ଘଟଣା ସହ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଯେଉଁମାନଙ୍କ ସମ୍ପୃକ୍ତି ଅଛି, ତାଙ୍କୁ ଧରି କାରାଦଣ୍ଡ ଦେବାକୁ ନାଗରିକ ସମାଜ ଦାବି କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ