ସମାଜସେବୀ ଦାମୋଦର ସାମଲଙ୍କ ପରଲୋକ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଞ୍ଚାୟତର ଭରତପୁର(ହରିଡାଦଣ୍ଡା) ଗ୍ରାମର ସମାଜସେବୀ ଦାମୋଦର ସାମଲଙ୍କ ୮୧ବର୍ଷ ବୟସରେ ଲିଭର ଜଣ୍ଡିସ ରୋଗରେ ପରଲୋକ ହୋଇଯାଇଛି । ସେ ଜଣେ ପରୋପକାରୀ, ବନ୍ଧୁବତ୍ସଳ ଓ ଆମାୟିକ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଗ୍ରାମ୍ୟ ଶ୍ମ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ସରପଞ୍ଚ ଜୀନତପ୍ରିୟଦର୍ଶିନୀ ରାଉତ, ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ଦାସ, ରାଜକିଶୋର ମହାନ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ