ଜିଲ୍ଲାସ୍ତରୀୟ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ପାଳିତ

ପାରଳାଖେମୁଣ୍ଡି, ୨୭ା୧୦ (ତାରିଣୀ ପ୍ରସାଦ ପଣ୍ଡା): ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗଦେଇ ଉପସ୍ଥିତ ଥିବା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ଶପଥ ପାଠ କରାଇବା ସହ ଦୁର୍ନିତୀକୁ ପ୍ରଶେୟ ନଦେବାପାଇଁ କହିଥିଲେ । ସେହିପରି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତଥା ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଏହି ଦୁର୍ନିତୀ ନିବାରଣ ସପ୍ତାହ ପାଳନ ଅବସରରେ ମଧ୍ୟ ଶପଥପାଠ ହୋଇଥିଲା । ଏଥିରେ ଜିଲ୍ଲା ଏସ୍‌ପି ଜୟରାମ ଶତପଥୀ ଯୋଗଦେଇ ଉପସ୍ଥିତ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥପାଠ କରାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ