ଜିଲ୍ଲାସ୍ତରୀୟ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ 

ଛତ୍ରପୁର, (ଦେବଦତ୍ତ ମହାରଣା) : ଗଞ୍ଜାମ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ପକ୍ଷରୁ ଗଞ୍‌ଜାମ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲୀନା କୁମାରୀ ଖେସ୍ ଙ୍କ ଅଧ୍ୟକ୍ଷତାରେ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ – ୨୦୨୧ ପାଳିତ ହୋଇଯାଇଛି । ଆଜି ମହାବାତ୍ୟାକୁ ୨୨ ବର୍ଷ ପୁର୍ତ୍ତି ହୋଇଛି । ଓଡିଶା ସରକାର ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦେଇ ବିଭିନ୍ନ କାର୍ଯ୍ୟ ବନ୍ୟା/ ବାତ୍ୟା ସମୟରେ କରି ଆସୁଛନ୍ତି । କୋଭିଡ ନିୟମକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଅତିରିକ୍ତ ଜିଲ୍ଲାପାଲ ଶ୍ରୀମତି ଖେସ୍ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ବିପର୍ଯ୍ୟୟୟ ପ୍ରସ୍ତୁତି ପାଇଁ ଶପଥ ପାଠ କରାଇଥିଲେ । ଏଯ କୌଣସି ପ୍ରକାର ବିପର୍ଯ୍ୟୟରେ ଧନ ଜୀବନ କ୍ଷୟକ୍ଷତି କୁ ହ୍ରାସ କରିବା ପାଇଁ ମୁଁ ମୋର ଶକ୍ତି ଓ ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରିବି । ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ କାର୍ଯ୍ୟରତ କର୍ମଚାରୀ, ବ୍ୟକ୍ତି ବିଶେଷ, ଅନୁଷ୍ଠାନ ଓ ସହଯୋଗୀ ଦଳ ମାନଙ୍କୁ ସାହାର୍ଯ୍ୟ କରିବି । ଲୋକମାନଙ୍କ ମଧ୍ୟରେ ପରିବେଶର ସୁରକ୍ଷା ଓ ବିପର୍ଯ୍ୟୟ ପ୍ରସ୍ତୁତି ନିମନ୍ତେ ସଚେତନତା ବୃଦ୍ଧି କରିବାକୁ ଚେଷ୍ଠା କରିବି ବୋଲି ସମସ୍ତେ ଶପଥ କରିଥିଲେ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ପଂଚାୟତିରାଜ ଅନୁଷ୍ଠାନର କର୍ମକର୍ତ୍ତା ବିପର୍ଯ୍ୟୟ ପ୍ରସ୍ତୁତିର ମେରୁଦଣ୍ଡ ପ୍ରସଙ୍ଗ ସଂପର୍କରେ ଆଲୋଚନା ହୋଇଥିଲା । ଲୋକଙ୍କ ସୁରକ୍ଷାକୁ ଦୃଷ୍ଠିରେ ରଖି ଜିଲ୍ଲାରେ ୧୦୪ ଗୋଟି ବନ୍ୟା/ ବାତ୍ୟା ଆଶ୍ରୟସ୍ଥଳୀ ରହିଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ସୁକାନ୍ତ ଚନ୍ଦ୍ର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ କୁମାର ମହାରଣା, ଜିଲ୍ଲା ମଙ୍ଗଳ ଅଧିକାରୀ ପରିକ୍ଷିତ ଦାଶ, ଗଞ୍ଜାମ ଆରଟିଓ ବିକାଶ ଚୌଧୂରୀ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା, ଜିଲ୍ଲା ପ୍ରକଳ୍ପ ଅଧିକାରୀ (ଓସଡମା) ପ୍ରଭୁ ପ୍ରସାଦ ମହାରଣା, ଆସିଷ୍ଟାଣ୍ଡ କଲେକ୍ଟର ବିକ୍ରମ କୁମାର ଦୋରା, ଓମ ପ୍ରକାଶ ପରିଡା ଓ ପ୍ରମୋଦ କୁମାର ବେହେରା, ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟ ର ରାଜେସ୍ ମହାପାତ୍ର ଓ ରାଜେଶ ମହାରଣାଙ୍କ ବହୁ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ