ପଟେଲ୍ଙ୍କ ୧୪୬ତମ ଜନ୍ମ ଜୟନ୍ତୀ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ଡି.ଏ.ଭି କଳିଙ୍ଗ ନଗରଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ୍ଙ୍କୁ ତାଙ୍କ ୧୪୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳୀ । ଉକ୍ତ ଦିବସଟିକୁ ସ୍ମରଣୀୟ କରିବା ନିମନ୍ତେ ବିଦ୍ୟାଳୟର ଅଧ୍ୟକ୍ଷ ବିପିନ୍ କୁମାର ସାହୁଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନେଇ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।


