ମୋଦି ସରକାର ନିର୍ଣ୍ଣାୟକ, ଇମାନ୍ଦାର ଏବଂ ଦମଦାର ସରକାର : ଧର୍ମେନ୍ଦ୍ର ପ୍ରଧାନ

ଉତରପ୍ରଦେଶ, (ଓ୍ବାଇଏନ୍ଏସ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ସରକାରଙ୍କ ଦ୍ୱାରା ନିଆଯାଇଥିବା ଜନହିତକାରୀ ଯୋଜନା ୟୁପିବାସୀଙ୍କ ଜୀବନରେ ଅନେକ ସକରାତ୍ମକ ପରିବର୍ତନ ଆଣିଥିବା ବେଳେ ୨୦୨୨ରେ ପୁଣି ଥରେ ୟୁପିବାସୀ ବିଜେପିକୁ ଆଶୀର୍ବାଦ କରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚାରିଦିନିଆ ୟୁପି ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଉତରପ୍ରଦେଶର କାନପୁରରେ ଆୟୋଜିତ କାନପୁର–ବୁନ୍ଦେଲଖଣ୍ଡ କ୍ଷେତ୍ରର କାର୍ଯ୍ୟକର୍ତା ବୈଠକରେ ଯୋଗଦେଇ କାର୍ଯ୍ୟକର୍ତା ମାନଙ୍କୁ ଗୁରୁ ମନ୍ତ୍ର ଦେଇଛନ୍ତି । ଏହି ଅବସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ୟୁପିରେ ୨୦୨୨ ନିର୍ବାଚନ ପାଇଁ ଏକ ବ୍ୟାପକ ରଣନୀତି ପ୍ରସ୍ତୁତ କରିବା ପାଇଁ ଦଳ ପକ୍ଷରୁ ବିଭିନ୍ନ ବୈଠକ ଅନୁଷ୍ଠିତ ହେଉଛି । ଦଳରେ ଅଢ଼େଇ କୋଟି ସକ୍ରିୟ ସଦସ୍ୟ ଥିବା ବେଳେ ଆହୁରି ଦେଢ କୋଟି ସଦସ୍ୟଙ୍କୁ ଯୋଡ଼ିବା ପାଇଁ ଗତକାଲି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲକ୍ଷ୍ନୌ ଠାରେ ‘ମେରା ପରିବାର ବିଜେପି ପରିବାର’ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହାବ୍ୟତିତ ଉତରପ୍ରଦେଶ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଚାର ଗାଡ଼ିର ମଧ୍ୟ ଶୁଭାରମ୍ଭ କରାଯାଇଛି । ୨୦୨୨ରେ ୟୁପି ନିର୍ବାଚନରେ ବିଜେପି ୩୦୦ରୁ ଅଧିକ ସିଟରେ ବିଜୟୀ ହେବା ସହ ଉତରପ୍ରଦେଶରେ ପୁଣି ଥରେ ଇତିହାସ ରଚିବ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ ଏବଂ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଉତରପ୍ରଦେଶରେ ଆଜି ଗୁଣ୍ଡାରାଜ ସମାପ୍ତ ହୋଇଛି । ଏହାବ୍ୟତିତ କୋରନା ସମୟରେ ପ୍ରଧାନମନ୍ତ୍ରୀ ଜନକଲ୍ୟାଣକାରୀ ଯୋଜନାରୁ ଅନେକ ଲୋକ ସେବା ପାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପ୍ରତି ୟୁପିବାସୀଙ୍କ ଆସ୍ଥା ବଢ଼ିଛି । ମୋଦି ସରକାର ନିର୍ଣ୍ଣାୟକ, ଇମାନ୍ଦାର, ଦମଦାର ସରକାର ତଥା ସମସ୍ତଙ୍କ ସରକାର ଏବଂ ସମସ୍ତଙ୍କ ପ୍ରୟାସରେ ସରକାର । ଏଥର ନିଶ୍ଚିତ ଭାବରେ ଉତରପ୍ରଦେଶର ଲୋକମାନେ ବିଜେପି ଉପରେ ପୁଣି ଥରେ ଜନଆଶୀର୍ବାଦ ଦେବେ ବୋଲି କେନ୍ଦ୍ରମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି । ସୂଚନାଯୋଗ୍ୟ, ଆଜିର ବୈଠକରେ ୟୁପି ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା, ପ୍ରଦେଶ ମହାମନ୍ତ୍ରୀ ସଂଗଠନ ସୁନୀଲ ବଂଶଲଙ୍କ ସମେତ ମଣ୍ଡଳ ଓ ବୁଥ ଏବଂ ଜିଲ୍ଲା ସ୍ତରରୁ ଅନେକ କାର୍ଯ୍ୟକର୍ତା ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ