ବେଲଗୁଣ୍ଠା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଡେ଼ଙ୍ଗୁ ସଚେତନତା କାର୍ଯ୍ୟକ୍ରମ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ରାଜ୍ୟର ବିଭିନ୍ନ ସ୍ଥାନରେ ଡେ଼ଙ୍ଗୁ ରୋଗୀ ସଂଖ୍ୟା ବୃ୍ଦ୍ଧି ପାଇବାକୁ ଦୃଷ୍ଟିରେ ରଖି ବେଲଗୁଣ୍ଠା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଡେ଼ଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି I ଏହି ଅବସରରେ ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ରାମହରି ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗାଙ୍ଗପୁର ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ସ୍ଵାସ୍ଥ୍ୟ ନୀରିକ୍ଷକ ଶୁଭ୍ରମନ୍ୟୂ କର, ଫାର୍ମାସିଷ୍ଟ ଯଜ୍ଞସେନ୍ ସୁବୁଦ୍ଧି,ସ୍ୱାସ୍ଥ୍ୟ କର୍ମୀ ବିନିତା ନାୟକ ପ୍ରମୁଖ ଉପସ୍ଥିତ ରହି ଡେ଼ଙ୍ଗୁ ରୋଗର କାରଣ ଏବଂ ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ I କାର୍ଯ୍ୟକ୍ରମରେ ଆଶାକର୍ମୀ, ଅଙ୍ଗନୱାଡି କର୍ମୀ ଏବଂ ଜନ ପ୍ରତିନିଧି ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ I ଏହାସହିତ ବ୍ଳକ୍ ର ସିଂହମର୍ଦ୍ଦନ,ଗୋବରା ପ୍ରଭୃତି ସ୍ଥାନରେ ଜନ ସାଧାରଣଙ୍କୁ ଡେ଼ଙ୍ଗୁ ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଥିବା ବେଳେ ଆସନ୍ତା ସୋମବାର ଦିନ ବ୍ଳକ୍ ଏବଂ ଏନ୍ଏସିର ଆଉ କିଛି ସ୍ଥାନରେ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ