ଶିକ୍ଷକଜ୍ୟୋତି ପ୍ରକାଶ ଚନ୍ଦ୍ର ଜେନାଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ପ୍ରାକ୍ତନ ସାଧାରଣ ସମ୍ପାଦକ, ଓଡ଼ିଶା ବିଦ୍ୟାଳୟ ଶିକ୍ଷକ ମହାସଂଘର ସଭାପତି, ଓଡ଼ିଶା ସ୍କୁଲ୍ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚର ସଭାପତି, ଅଖିଳ ଭାରତ ମାଧ୍ୟମିକ ଶିକ୍ଷକ ମହାସଂଘର ଜାତୀୟ ସମ୍ପାଦକ ତଥା ଓଡ଼ିଶା ଜୁନିଅର ରେଡ଼କ୍ରସର ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶିକ୍ଷକଜ୍ୟୋତି ପ୍ରକାଶ ଚନ୍ଦ୍ର ଜେନାଙ୍କ ରାଜ୍ୟସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଭୁବନେଶ୍ୱରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିିନିୟରସ୍ ଭବନ ସମ୍ମିଳନୀ କକ୍ଷରେ ରବିନ୍ଦ୍ରନାଥ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ସମାରୋହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ପ୍ରାକ୍ତନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଚୂଡ଼ାମଣୀ ସେଠ୍ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରାକ୍ତନ ଯୁଗ୍ମ ସଚିବ ରମେଶ ଚନ୍ଦ୍ର ମହାନ୍ତି ଯୋଗଦେଇ ଜେନାଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ । ଅବସରପ୍ରାପ୍ତ ଶିକ୍ଷକ ମଞ୍ଚର ସଭାପତି ମାଧବ ବିଶ୍ୱାଳ ସମାରୋହରେ ସଂଯୋଜନା କରିଥିବା ବେଳେ ସଞ୍ଜୟ କୁମାର ପ୍ରଧାନ ଅତିଥିଙ୍କୁ ମଞ୍ଚକୁ ନିମନ୍ତ୍ରଣ କରିଥିଲେ । ଅବସରପ୍ରାପ୍ତ ଶିକ୍ଷକ ମଞ୍ଚର ସମ୍ପାଦକ କୃପାସିନ୍ଧୁ ବିଶ୍ୱାଳ ଅତିଥି ପରିଚୟ ପ୍ରଦାନ କରିବା ସହ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସମ୍ବର୍ଦ୍ଧନା କାର୍ଯ୍ୟ ପରିଚାଳନା କରିଥିଲେ । ଶେଷରେ ତପନ କୁମାର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।


