ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଘଟଣାର ସିବିଆଇ ତଦନ୍ତ ଦାବି

କଳାହାଣ୍ଡି, (ଯୁଗାବ୍ଦ ନ୍ୟୁଜ):ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଘଟଣାର ସିବିଆଇ ତଦନ୍ତ ଦାବିରେ ରାଜ୍ୟବ୍ୟାପୀ ମଶାଧିକାଳ ଆନ୍ଦୋଳନ ଜରିରହିଥିବାବେଳେ ଆଜି ପ୍ରଦେଶ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବ ପଡିଛି । ଜିଲ୍ଲା ବ୍ୟାପୀ ଦୋକାନ ,ବଜାର ବନ୍ଦ ରହିଥିବାବେଳେ ଗାଡିଚାଳଚଳ ମଧ୍ୟ ବନ୍ଦ ରହିଛି । ମାନ୍ୟବର ହାଇକୋର୍ଟ ଙ୍କ ନିର୍ଦେଶ କ୍ରମେ କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ରାସ୍ତା ରୋକ କରାଯାଇନଥିଲେ ମଧ୍ୟ ଜିଲ୍ଲା କଂଗ୍ରେସ ସଭାପତି ଭାରତ ଭୂଷଣ ବେମାଲ ଙ୍କ ନେତୃତ୍ୱରେ ରେ ଛାତ୍ର, ଯୁବ କଂଗ୍ରେସର କର୍ମକର୍ତା ମାନେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ଓ ହର୍ତାଲ କରୁଥିବା ଦେଖିବାକୁ ମିଳିଥିଲା । ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ଓ ଅନ୍ୟାନ୍ୟ କର୍ମୀ ମାନେ କଳାହାଣ୍ଡି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତି ପୂର୍ଣ ଆନ୍ଦୋଳନ କରୁଥିବା ଦେଖିବାକୁ ମିଳିଥିଲା । ବନ୍ଦ କୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସମେତ ବ୍ୟାଙ୍କ ମଧ୍ୟ ବନ୍ଦ ରହିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ